ବିଜେଡି ଯୁବ ଓ ଛାତ୍ର ଶାଖା ପକ୍ଷରୁ ରକ୍ତଦାନ ଶିବିର

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜୁଲାଇ ରବିବାର ବରଗଡ଼:- କରୋନା ସମୟରେ ରକ୍ତାଭାବ କୁ ଦୁର କରିବା ପାଇଁ  ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ଯ ଙ୍କ ତତ୍ବାବଧାନ ରେ ଆଜି ବରଗଡ଼ ବ୍ଲକ ଅନ୍ତର୍ଗତ ବରଗାଁ ପଞ୍ଚାୟତ ଠାରେ ଜିଲ୍ଲା ବିଜୁ ଯୁବ,ଛାତ୍ର ଜନତା ଦଳ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ବରଗଡ ରକ୍ତ ଭଣ୍ଡାର ଦ୍ବାରା ସର୍ବମୋଟ ୫୭ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ମୁଖ୍ଯ

ଅତିଥି ବିଧାୟକ ଦେବେଶ ଆଚାର୍ଯ୍ଯ ଏବଂ ଯୁବ ସଂଗଠକ ଶ୍ରୀ ଉମେଶ ଚନ୍ଦ୍ର ପଣ୍ଡା ଫିତା କାଟି ଶିବିର କୁ ଉଦ୍ଘାଟନ କରିଥିଲେ । ଏଥିରେ ଓଡିଶା ମୋପରିବାର ର ଜିଲ୍ଳା ସଂଯୋଜକ ଗୌରହରୀ ମିଶ୍ର, ବିଜୁ ଯୁବ ଜନତାଦଳ ର ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ,ଜୀବନ ବିନ୍ଦୁର ଜିଳ୍ଲାସହ ସଂଯୋଜକ ଅଶ୍ବିନୀ ତ୍ରିପାଠୀ,ପୁର୍ବତନ ସରପଞ୍ଚ କ୍ଷୀରୋଦ୍ର ସାହୁ,ବରଗାଁ ର ମନୋଜ ସାହୁ, କେଶବ ଭୁଏ, ଦେବାର୍ଚନ ପଧାନ, ଟେକଧର ପଧାନ ପ୍ରମୁଖ ଶିବିର ପରିଚାଳନା ରେ ସହଯୋଗ କରିଥିଲେ ।      (ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Exit mobile version