ମିଶନ ଶକ୍ତିର ମା ମାନଙ୍କ ମନ କଥା – ମୁଖ୍ୟମନ୍ତ୍ରୀ ହେଉଛନ୍ତି ଆମର ସୁଖ ଦୁଃଖର ସାଥି
ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ ।
