Home ଅପରାଧ ଦୁଇ ଶିଶୁକୁ କୂଅକୁ ଠେଲି ହତ୍ୟା କରିବା ଘଟଣା, ବାପା ଓ ମା’ ଗିରଫ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜାନ୍ୟୁଜ (୨୨ ଜୁଲାଇ,ଗୁରୁବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ଖ୍ରୀଷ୍ଟିଆନ ସାହିରେ ଦୁଇ ଶିଶୁଙ୍କୁ ମାଆ କୂଅକୁ ଠେଲି ହତ୍ୟା କରିବା ଘଟଣାରେ ପୁଲିସ ବାପା ଏମ୍.ରାଜେଶ ପାତ୍ର ଓ ମା’ ଭାଗ୍ୟଲକ୍ଷ୍ମୀ ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ପୁଲିସ ଏହି ମାମଲାରେ ତଦନ୍ତ କରୁଥିବା ବେଳେ ରାଜେଶଙ୍କୁ ଆଇପିସି ଧାରା ୩୦୬ ଓ ୪୯୮ ଏବଂ ଭାଗ୍ୟଲକ୍ଷ୍ମୀଙ୍କ ନାମରେ ଧାରା ୩୦୨ ଓ ୩୦୬ ପ୍ରକାରେ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ଶ୍ରୀକାନ୍ତ ଖମାରି କହିଛନ୍ତି । ରାଇକିଆ-ଅଲିମାହା ରାସ୍ତାରେ ଥିବା ଏକ କୂଅ ମଧ୍ୟକୁ ଭାଗ୍ୟଲକ୍ଷ୍ମୀ ନିଜର ୯ ବର୍ଷର ଶିଶୁକନ୍ୟା ଓ ୫ ବର୍ଷର ଶିଶୁପୁତ୍ରକୁ ଠେଲି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା । ଏନେଇ ପୁଲିସ କେସ ନଂ ୭୧/୨୧ରେ ମାମଲା ରୁଜୁ କରି ତଦନ୍ତ କରିଥିବା ବେଳେ ଉଭୟ ରାଜେଶ ଓ ଭାଗ୍ୟଲକ୍ଷ୍ମୀଙ୍କୁ ପଚରାଉଚରା ଚଳାଇଥିଲା।ଅନ୍ୟପଟେ ଭାଗ୍ୟଲକ୍ଷ୍ମୀଙ୍କ ଭାଇ ଥାନାରେ ଦେଇଥିବା ଏତଲା ପ୍ରକାରେ ପୁଲିସ ପାରିବାରିକ ଅଶାନ୍ତି କାରଣରୁ ଏଭଳି କାଣ୍ଡ ଘଟିଥିବା ପୁଲିସ ଜାଣିବାକୁ ପାଇଥିଲା। ରାଜେଶଙ୍କ ପରକୀୟା ପ୍ରୀତି ଯୋଗୁଁ ଘରେ ସବୁ ସମୟରେ ପତି ଓ ପତ୍ନୀଙ୍କ ମଧ୍ୟରେ କଳହ ଲାଗିରହୁଥିଲା। ଏପରିକି ବହୁ ସମୟରେ ରାଜେଶ ପତ୍ନୀ ଭାଗ୍ୟଲକ୍ଷ୍ମୀଙ୍କୁ ନିର୍ଯାତନା ଦେଉଥିବା ନେଇ ଭାଇ ରାଇକିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହି କାରଣରୁ ମାନସିକ ଭାରସାମ୍ୟ ହରାଇ ଭାଗ୍ୟଲକ୍ଷ୍ମୀ ଦୂୁଇ ସନ୍ତାନଙ୍କୁ କୂଅକୁ ଠେଲି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ତଦନ୍ତ ବେଳେ ଜଣାପଡ଼ିଥିବା ବେଳେ ପୁଲିସ ଉଭୟଙ୍କୁ ଗିରଫ କରିଛି। (ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ) Categories: ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍ Related Content ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ by Proprietor Abhimanyu Maharana October 4, 2026 କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା by Proprietor Abhimanyu Maharana October 4, 2026 Kandhamal Gram Sabhas Strengthen Community Commitment to End Child Marriage by Proprietor Abhimanyu Maharana October 4, 2026 ଜାଗୃତିକା ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ by Proprietor Abhimanyu Maharana October 4, 2026 ଗାନ୍ଧୀ ଜୟନ୍ତୀ ରେ ବରିଷ୍ଠ ନାଗରିକ ସଙ୍ଘ ର ରାସ୍ତା ସଫେଇ ଅଭିଯାନ by Proprietor Abhimanyu Maharana October 4, 2026