ନୂଆଗାଁ ବ୍ଲକ୍ ରେ ଭତ୍ତା ବଣ୍ଟନ କଲେ ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ (୨୩ ଜୁଲାଇ ଶୁକ୍ରବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଗୃହ ରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ସାମାଜିକ ସୁରକ୍ଷା ଯୋଜନା ମାଧ୍ୟମରେ ୧୦୦ ରୁ ଉର୍ଦ୍ଧ୍ବ ଅସହାୟ ବୃଦ୍ଧ,

ବୃଦ୍ଧା ଭିନ୍ନକ୍ଷମ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ।ତତ୍ ସହିତ ଇନ୍ଦିରା ଆବାସ ପାଇବା ପାଇଁ ଯୋଗ୍ୟ ହିତାଧିକାରୀ ଦଲାଲ୍ ମାନଙ୍କୁ ଟଙ୍କା ନ ଦେବାପାଇଁ ବିଧାୟକ ସଚେତନ କରିଥିଲେ।ସମ୍ମାନୀତ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ,ବିଡ଼ିଓ ପ୍ରମୋଦ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ କୁ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସାଧୁ ଚରଣ ସାହୁ ପରିଚାଳନା କରିଥିଲେ ।  (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)

Exit mobile version