କୃଷକମାନେ ସେମାନଙ୍କର ଅତ୍ୟାବଶ୍ୟକ ଜିନିଷ ପାଇବାରେ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ଦିଗରେ ପଦକ୍ଷେପ ନିଆଯାଉଛି : ମନ୍ତ୍ରୀ ଡ. ସାହୁ

ଭିଡ଼ିଓ କନ୍‌ଫରେନସିଂ ବୈଠକରେ ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ କରୋନା ସଂକ୍ରମଣ ମୁକାବିଲା ଉଦ୍ଦେଶ୍ୟରେ ସାରା ଦେଶରେ ଜାରି ହୋଇଥିବା ଲକ୍‌ ଡାଉନ୍‌ ସମୟରେ ରାଜ୍ୟର ସାଂପ୍ରତିକ କୃଷି ପରିସ୍ଥିତି ଏବଂ ରାଜ୍ୟ ସରକାରଙ୍କ ତରଫରୁ ଏହାର ମୁକାବିଲା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋଚନା କରିଥିଲେ ।

ଭୁବନେଶ୍ୱର ,ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) ‘ଲକ ଡାଉନ’ 8.4.2020କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ :- ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆଜି ଅପରାହ୍ନ ୪ ଘଟିକା ସମୟରେ ଆୟୋଜିତ ଭିଡ଼ିଓ କନ୍‌ଫରେନସିଂ ବୈଠକରେ ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ କରୋନା ସଂକ୍ରମଣ ମୁକାବିଲା ଉଦ୍ଦେଶ୍ୟରେ ସାରା ଦେଶରେ ଜାରି ହୋଇଥିବା ଲକ୍‌ ଡାଉନ୍‌ ସମୟରେ ରାଜ୍ୟର ସାଂପ୍ରତିକ କୃଷି ପରିସ୍ଥିତି ଏବଂ ରାଜ୍ୟ ସରକାରଙ୍କ ତରଫରୁ ଏହାର ମୁକାବିଲା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋଚନା କରିଥିଲେ ।

ତାଲାବନ୍ଦ ସମୟରେ କୃଷି କାର୍ଯ୍ୟରେ ଯେପରି ବାଧା ନଆସିବ ଏବଂ କୃଷକମାନେ ସେମାନଙ୍କର ଅତ୍ୟାବଶ୍ୟକ ଜିନିଷ ପାଇବାରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ଦିଗରେ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିଡ଼ିଓ କନ୍‌ଫରେନ୍‌ସିଂରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର କୃଷି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଭାଗ ନେଇଥିବାବେଳେ ଓଡ଼ିଶା ସରକାରଙ୍କ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ମୁଥୁକୁମାର ପ୍ରମୁଖ ଯୋଗ ଦେଇଥିଲେ ।

Exit mobile version