ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କୁ ସମ୍ବର୍ଦ୍ଧିତ କଲେ କଳା କାର ସଂଘ

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ବରଗଡ଼ :- ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ଆଜି ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କୁ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା । ଏହି ଅବସରରେ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମହାସଂଘ ର ଅଧକ୍ଷ ଚୈତନ୍ୟ ପାଇକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ କଳାକାର ମାନଙ୍କୁ ସବୁବେଳେ ସହଯୋଗ କରାଯିବ ବୋଲି କହିଥିଲେ । ଜିଲ୍ଲା ର କଳା ସଂସ୍କୃତି କୁ ଦେଶର ବିଭିନ୍ନ ପ୍ରାନ୍ତରେ ପହଞ୍ଚାଇବାକୁ ପ୍ରୟାସ ଜାରି ରଖିବାକୁ ଆହ୍ୱାନ ଦେଇଥିଲେ । ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ ଭୁବନେଶ୍ୱର ପ୍ରଧାନ (କଂସ ମହାରାଜ), ସମ୍ପାଦକ ଗୋପବନ୍ଧୁ ପୁରୋହିତ ଉପସ୍ଥିତ ଥିଲେ । (ସତ୍ୟ ନାରାୟଣ ପ୍ରଧାନ)

Exit mobile version