ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍ ) ବୁଧବାର, ଏପ୍ରିଲ 15.4.2020 :- ପ୍ରବାଦ ପୁରୁଷ ବିଶିଷ୍ଟ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ । ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ କରିବା ପାଇଁ ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ନିଜ ନିଜ ଘରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟ ପ୍ରଦାନ କରିବାକୁ କୁହାଯାଇଛି । ଏଥି ସହ ପ୍ରବାଦ ପୁରୁଷଙ୍କ ଦେଶ ତଥା ଓଡ଼ିଆ ଜାତି ପ୍ରତି ଥିବା ତ୍ୟାଗପୁତ ଜୀବନୀ ସମ୍ପର୍କରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ଦୀର୍ଘଦିନ ଧରି ଦଳ ପକ୍ଷରୁ କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ (ରକ୍ତ ସଂଗ୍ରହ ) କାର୍ଯ୍ୟ ଜାରି ରଖିବେ । ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଭାପତି ଦଳର ପ୍ରତିଟି କର୍ମୀ,ନେତା ଏବଂ ଶୁଭେଚ୍ଛୁଙ୍କୁ ନିବେଦନ କରିଛନ୍ତି । ମାନ୍ୟବର ସଭାପତିଙ୍କର ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ସଫଳତାର ସହ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଜାରି ରହିଥିବାରୁ,ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଭଳି ଏକ କଠିନ ସମୟରେ ରକ୍ତଦାନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କ ଦେଶସେବା ଓ ଉସର୍ଗ୍ରୀକୃତ ମନୋଭାବକୁ ସବୁଦିନ ମନେ ରଖିବି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ ପ୍ରକାଶ କରିଛନ୍ତି । ବିଜୁ ଜନତା ଦଳର ଅଗଣିତ କର୍ମୀ, ଶୁଭେଚ୍ଛୁ, ନେତୃ ମଣ୍ଡଳୀ, ଛାମୁଆ ସଙ୍ଗଠନର କର୍ମକର୍ତ୍ତାମାନଙ୍କୁ ନିବେଦନ କରାଯାଉଛି କୌଣସି ପରିସ୍ଥିତିରେ ପଦାକୁ ନ ବାହାରି ଘର ଭିତରେ ପ୍ରବାଦ ପୁରୁଷଙ୍କ ପ୍ରତି ନିଜର ଶ୍ରଦ୍ଧା ନିବେଦନ କରିବାକୁ ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା, ଆଜି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା କହିଛନ୍ତି ।
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ – ସଞ୍ଜୟ ଦାସବର୍ମା

- Categories: Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
Related Content
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ
by
Proprietor Abhimanyu Maharana
September 11, 2026
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର "ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ" ଭାବେ ସମ୍ମାନିତ
by
Proprietor Abhimanyu Maharana
September 11, 2026
ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ
by
Proprietor Abhimanyu Maharana
September 11, 2026
ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ
by
Proprietor Abhimanyu Maharana
September 11, 2026
ପ୍ରବାସୀ ଓଡ଼ିଆ ଡାଟା ବ୍ୟାଙ୍କ ଉନ୍ମୋଚନ ପାଇଁ ବ୍ୟାପକ ପ୍ରସ୍ତୁତି
by
Proprietor Abhimanyu Maharana
September 11, 2026
Hectic Preparations on to launch Prabasi Odias Data Bank
by
Proprietor Abhimanyu Maharana
September 11, 2026