ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ବୁଧବାର ) ବାଲିଗୁଡା :- ଜନନୀ ବିକାଶର ଆଉ ଏକ ନଗ୍ନ ଚିତ୍ର । ରାସ୍ତା ଖରାପ ଯୋଗୁଁ ଠିକଣା ଜାଗାରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ । ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ । ଅଧାରାସ୍ତାରେ ଜନ୍ମ ଦେଲେ ଶିଶୁ କନ୍ୟା । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲଦାଙ୍ଗି ଗାଁର ଘଟିଛି ଏପରି ଘଟଣା । ଖବର ଅନୁଯାୟୀ, ଲଦାଙ୍ଗି ଗ୍ରାମର ମୃତ୍ୟୁଞ୍ଜୟ ପ୍ରଧାନଙ୍କ ପତ୍ନୀ ବନିତା ପ୍ରଧାନଙ୍କର ଗର୍ଭ ଯନ୍ତ୍ରଣା ହୋଇଥିଲା । ପରିବାର ଲୋକେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରିଥାନ୍ତି । ଏଥିଲାଗି ମୃତ୍ୟୁଞ୍ଜୟ ଦାରିଙ୍ଗବାଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସହ ଯୋଗାଯୋଗ କରି ୧୦୮ ଆମ୍ବୁଲାନ୍ସକୁ ଡାକିଥିଲେ ।
