ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ବୁଧବାର ) ନୟାଗଡ଼ :- ନୟାଗଡ଼ ଲେଖନପୁର ଠାରେ ଗଢ଼ି ଉଠିଥିବା ସମର୍ପଣ (ବୃଦ୍ଧାଶ୍ରମ) ରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କ ର ଦାନ ଉତ୍ସବ ତଥା ସାମାଜିକ ପ୍ରତିବଦ୍ଧତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ସମର୍ପଣ ର ସଭାପତି ତଥା ନୟାଗଡ଼ ଜିଲ୍ଲାପାଳ ଡାକ୍ତର ପୋମା ଟୁଡୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଦାନ ଉତ୍ସବରେ ଭାରତୀୟ ଷ୍ଟେଟ୍ ବ୍ଯାଙ୍କର ଓଡ଼ିଶା ମୁଖ୍ଯ ଶ୍ରୀମତୀ ବିଦ୍ଯା କ୍ରିଷ୍ଣନ୍ ମୁଖ୍ଯ ଅତିଥି ଭାବେ ଯୋଗ ଦେଇଥିଲା ବେଳେ ଜେନେରାଲ ମ୍ଯାନେଜର ଅଭୟ କିଶୋର ପାଣ୍ଡେ, ଡିଜିଏମ୍ ଆନନ୍ଦ ବିକ୍ରମ, ସୁନୀଲ କୁମାର ଖେରନାର , ରିଜିଓନାଲ ମ୍ଯାନେଜର ଭୂପଦେବ ପ୍ରଧାନ ଓ ନୟାଗଡ଼ ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ସୁବାସ ଚନ୍ଦ୍ର ରାୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।
