ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ ଠାରେ ୪୬ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ବିଭିନ୍ନ ଉନୟନ୍ନ ମୂଳକ କାର୍ଯ୍ୟର ସମୀକ୍ଷା

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଗୁରୁବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ୪୬ତମ ଜିଲ୍ଲାପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଏହି ବୈଠକରେ ସମୀକ୍ଷା କରାଯିବା ସହ ଆଗାମୀ ଦିନରେ ଉନ୍ନୟନମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ବିସ୍ତୃତ ଆଲୋଚନା କରାଯାଇଥିଲା । ଜିଲ୍ଲାପରିଷଦ ଅଧ୍ୟକ୍ଷା ଅନୀତା ରାଣୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ, ମୋହନା ବିଧାୟକ ଦାଶରଥୀ ଗମାଙ୍ଗ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅନାମ ଚରଣ ପାତ୍ର, ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଆର୍‌.ବିଜୟ କୁମାର ପ୍ରମୁଖ ଯୋଗ ଦେଇ ସବୁ କିଛି ସମୀକ୍ଷା କରିବା ସହ ଆଗାମୀ ଉନ୍ନତି ଉପରେ ଦୃଷ୍ଟିପାତ କରିଥିଲେ ।

ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରାଯିବା ସହ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ତତ୍ ସମ୍ପର୍କୀୟ ପ୍ରଶ୍ନ କରାଯାଇଥିଲା । ଏହା ସହ ବାର୍ଷିକ ଯୋଜନା ଅନୁମୋଦନ, ସ୍ୱାସ୍ଥ୍ୟ, କୃଷି, ଉଦ୍ୟାନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ, ଜଳଛାୟା, ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ, ଶିକ୍ଷା, ଶ୍ରମ, ପଶୁସମ୍ପଦ, ବେସାମରିକ ଯୋଗାଣ ଓ ଖାଦ୍ୟ ପ୍ରକ୍ରିୟା କରଣ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ କୋଠାବାଡି, ବିଦ୍ୟୁତ, ସମାଜ କଲ୍ୟାଣ ଓ ମହିଳା ଶିଶୁ, ସାମାଜିକ ସୁରକ୍ଷା ଆଦି ଉପରେ ଆଲୋଚନା କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । (ଗରୁଡ଼ ଧ୍ଵଜ ଚୌଧୁରୀ)

Exit mobile version