ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍ ) ୩ ଜଣ ସୁସ୍ଥ କରୋନା ଆକ୍ରାନ୍ତ , ଶନିବାର, ଏପ୍ରିଲ 18.4.2020 :- ଓଡ଼ିଶାରେ ପୁଣି ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୩ ଜଣ ସୁସ୍ଥ କରୋନା ଆକ୍ରାନ୍ତ ଭୁବନେଶ୍ୱରର ବୋଲି ସୂଚନା ମିଳିଛି । ତେବେ ଏହାରି ଭିତରେ ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଥିବାର ସୂଚନା ମିଳିଛି । ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ବାଲେଶ୍ୱର ଜିଲ୍ଲାର ୫୮ ବର୍ଷିୟ ବୟସ୍କ ବ୍ୟକ୍ତି ବୋଲି ଟ୍ୱିଟ୍ କରାଯାଇଛି । ତେବେ ସମ୍ପୃକ୍ତ ବାଲେଶ୍ୱର ଜିଲ୍ଲାର ଏହା ପ୍ରଥମ କରୋନା କେସ୍ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି । ତେବେ ଏଯାଏଁ ୨୪ ଜଣ ଭଲ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି । ଗତ ତିନି ଦିନ ଭିତରେ ରାଜ୍ୟରେ ଜଣେ ହେଲେ ବି କରୋନା ପଜିଟିଭ୍ ଚିହ୍ନଟ ହୋଇ ନଥିଲେ ସେହିଭଳି ଗୁରୁବାର ମଧ୍ୟ ୮୪୩ ଜଣଙ୍କ ସାମ୍ପଲ ଟେଷ୍ଟ ହୋଇଥିଲା । ଗତ ୧୫ ତାରିଖରେ ରାଜ୍ୟର ମୋଟ ୧୧ ଶହ ୯୭ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିଲା । ଗତକାଲି ତୃତୀୟ ଦିନରେ ମୋଟ ୧୦୪୨ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିଲେ ବି ସବୁ ରିପୋର୍ଟ ନେଗେଟିଭ୍ ଆସିଥିଲା ।
ଓଡ଼ିଶାରେ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ
by
Proprietor Abhimanyu Maharana
September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ
by
Proprietor Abhimanyu Maharana
September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା
by
Proprietor Abhimanyu Maharana
September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ
by
Proprietor Abhimanyu Maharana
September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ
by
Proprietor Abhimanyu Maharana
September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026