ମାଳିସାହି ପଞ୍ଚାୟତ ରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ – ୨୬ ୟୁନିଟ୍ ରକ୍ତ ସଂଗ୍ରହ

ଓଡ଼ିଶା ତାଜା ନ୍ୟୁଜ (୧୩ ସେପ୍ଟେମ୍ବର ସୋମବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ମାଳିସାହି ଗତିଶ୍ୱର୍ ଉଚ୍ଚ ବିଦ୍ୟାଳୟ ପରିସରରେ ମାଳିସାହି ପଞ୍ଚାୟତ ବିଜୁ ଜନତା ଦଳ ତରଫରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ସାହୁ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,

ତହସିଲଦାର ପ୍ରଳୟ ନନ୍ଦ ଶତପଥୀ,ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ, ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ଗୋଲଖ ବିହାରୀ ଗୋଚ୍ଛାୟତ,ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ଜିଲ୍ଲା ଛାତ୍ର ବିଜେଡ଼ି ଉପ ସଭାପତି ଅମୂଲ୍ୟ ସାହୁ,ମାଳିସାହି ସମିତି ସଭ୍ୟ ଦୀପକ୍ କୁମାର ପ୍ରଧାନ, ବାହାଡ ଝୋଲା ସମିତି ସଭ୍ୟା ଛବି ରାଣୀ ସାହୁ,ପୂର୍ବତନ ସମିତି ସଭ୍ୟ ସୁବ୍ରତ ମିଶ୍ର,ବରିଷ୍ଠ ବିଜେଡ଼ି ସଂଗଠକ ସନାତନ ବେହେରା,ପଞ୍ଚାୟତ ବିଜେଡ଼ି ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।ଏହି ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ରେ ୨୬ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା ।ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ

Exit mobile version