ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ପାଳିତ

ଓଡ଼ିଶା ତାଜା ନ୍ୟୁଜ୍ (୧୭ ସେପ୍ଟେମ୍ବର,ଶୁକ୍ରବାର ) ବରଗଡ଼ :- ବରଗଡ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଜି ତାଙ୍କ କାର୍ଯ୍ୟାଳୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜୟ ଜବାନ ଜୟ କିଷାନ କାର୍ଯ୍ୟକ୍ରମରେ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗ ଦେଇ ଦେଶର ସୁରକ୍ଷା ଏବଂ କୃଷି ର ବିକାଶ ରେ ଦେଶର ବିକାଶ ହୋଇଥାଏ ।

ଏଥିରେ ଦେଶର ସୈନିକ ଏବଂ କୃଷକ ଭାଇମାନଙ୍କ ଅବଦାନ ଅତୁଳନୀୟ ଅଟେ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ଭାଜପା ଜିଲ୍ଲା କୃଷକ ମୋର୍ଚ୍ଚା ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଭାଜପା ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ, ସୁରେଶ୍ଵର ଶତପଥୀ ପ୍ରମୁଖ ମଞ୍ଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ର କୃଷକ ଏବଂ ଅବସରପ୍ରାପ୍ତ ସୈନିକ ଙ୍କୁ ମୁଖ୍ୟ ଅତିଥି ସମ୍ମାନୀତ କରିଥିଲେ।

Exit mobile version