ରାମଦାସପୁରରେ ଆଇଟି ପୁଞ୍ଜିନିବେଶର ସ୍ଥିତି ପରଖିଲେ ମନ୍ତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ (୨୮ ସେପ୍ଟେମ୍ୱର ମଙ୍ଗଳବାର ) ଭୁବନେଶ୍ୱର :- ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ତମାଣ୍ଡୋସ୍ଥିତ ସରକାରୀ ଶିକ୍ଷା ମହାବିଦ୍ୟାଳୟର ନୂତନ କ୍ୟାମ୍ପସ୍ ପରିଦର୍ଶନରେ ଯାଇ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ମନ୍ତ୍ରୀ ଶ୍ରୀ ବେହେରା କଲେଜର ବିଲଡିଂ, କ୍ଲାସ୍ରୁମ୍, ଛାତ୍ରାବାସ ଓ ଛାତ୍ରୀନିବାସ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ କ୍ରୀଡ଼ା ବିଭାଗର ଅଧିକାରୀ, କାର୍ଯ୍ୟଭାର ନେଇଥିବା ସଂସ୍ଥାର ଅଧିକାରୀ ଏବଂ ଇଂଜିନିୟରମାନଙ୍କ ସହ ଆଲୋଚନା କରିଥିଲେ ।
