ପୁରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନର ଅଗ୍ରଗତି ନେଇ ଆଲୋଚନା

ଓଡ଼ିଶା ତାଜା ନ୍ୟୁଜ୍ (୦୭ ନଭେମ୍ବର ରବିବାର) ଭୁବନେଶ୍ୱର :- ପୁରୀ ଜିଲ୍ଲାରେ ବଣ୍ଟା ଯାଉଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନର ଅଗ୍ରଗତି ନେଇ ଆଜି ଏକ ଆଲୋଚନା ହୋଇଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରର ସ୍ପେସାଲ ସର୍କିଟ୍‌ ହାଉସ୍‌ଠାରେ ଅନୁଷ୍ଠିତ ଏହି ବୈଠକରେ ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ,

ସତ୍ୟବାଦୀ ବିଧାୟକ ଶ୍ରୀ ଉମାକାନ୍ତ ସାମନ୍ତରାୟ, ପୁରୀର ପୂର୍ବତନ ବିଧାୟକ ଶ୍ରୀ ମହେଶ୍ୱର ମହାନ୍ତି, ପିପିଲି ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ ପ୍ରମୁଖ ଯୋଗଦେଇ ସେମାନଙ୍କର ସୁଚିନ୍ତିତ ମତାମତ ଦେବା ସହ କାର୍ଡ ବଣ୍ଟନର ଅଗ୍ରଗତି ବିଷୟରେ ଆଲୋଚନା କରିଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା’ ମିଶନକୁ ଫଳପ୍ରଦ କରିବା ଲକ୍ଷ୍ୟରେ ଆରମ୍ଭ କରିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍‌ କାର୍ଡର ସୁଫଳ ଯେପରି ପୁରୀ ଜିଲ୍ଲାର ପ୍ରତ୍ୟେକ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପ୍ରତି ଦୃଷ୍ଟିଦେବା ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ ।

Exit mobile version