ଗଜପତି ଜିଲ୍ଲା ଶିକ୍ଷଧିକାରୀ ପ୍ରଦୋଷ କୁମାର ନାୟକଙ୍କୁ ସ୍ଵାଗତ, ପୁରାତନ ଜିଲ୍ଲାଶିକ୍ଷାଧିକାରୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା l

ଓଡ଼ିଶା ତାଜା ନ୍ୟୁଜ୍ (୮ନଭେମ୍ବର ,ସୋମବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଶିକ୍ଷଧିକାରୀ ପ୍ରଦୀପ କୁମାର ନାଗଙ୍କ ବଦଳି ଅବସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ନୂତନ ଜିଲ୍ଲାଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିବାର ଜଣାପଡିଛି ଏନେଇ ଏକ ସମ୍ବର୍ଦ୍ଧନା ଉତ୍ସବ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷାଧିକାରୀ, ପ୍ରଧାନ ଶିକ୍ଷକ,ପ୍ରଧାନ ଶିକ୍ଷୟତ୍ରୀଙ୍କ ସମେତ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତଥିଲେ

ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୋଷ କୁମାର ନାୟକଙ୍କୁ ଭବ୍ୟ ସ୍ୱାଗତ କରିଥିବା ବେଳେ ବିଦାୟ ନେଇଥିବା ଜିଲ୍ଲାଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମନୋଜ ରଞ୍ଜନ ଦଳାଇ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ସାତ୍ମିକ କୁମାର ପଟ୍ଟନାୟକ, ପ୍ରଧାନ ଶିକ୍ଷକ ପ୍ରଫୁଲ କୁମାର ମହାନ୍ତି, ତିରୁମାଲା ରାଓ ପଟ୍ଟନାୟକ, ଇଶାନ ଚାନ୍ଦ ଓଁକାର, ଗୌରୀ ଚୌଧୁରୀ ପ୍ରମୁଖ ପରିଚାଳନା କରିଥିଲେ ।

Exit mobile version