Home ଓଡ଼ିଶା ଆଜି କାର୍ତ୍ତିକ ମାସ ଶୁକ୍ଲପକ୍ଷ ନବମୀ ତିଥି ପବିତ୍ର ଅଁଳା ନବମୀ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୧୧ ନଭେମ୍ବର ଗୁରୁବାର ) ସାକ୍ଷୀଗୋପାଳ :- ବର୍ଷକରେ ଆଜି ମାତ୍ର ଗୋଟିଏ ଦିନ ନିମନ୍ତେ ମାଙ୍କର ପାଦ ଦର୍ଶନର ସୁଯୋଗ ମିଳିଥାଏ । ଆଜି କାର୍ତ୍ତିକ ମାସ ଶୁକ୍ଲପକ୍ଷ ନବମୀ ତିଥି ପବିତ୍ର ଅଁଳା ନବମୀ । ସାକ୍ଷୀଗୋପାଳ ମନ୍ଦିରରେ ଠାକୁରାଣୀ ଶ୍ରୀ ଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନ । ମାଙ୍କର ପାଦଦର୍ଶନ ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ମନ୍ଦିର ସିଂହଦ୍ୱାର ସମ୍ମୁଖରେ ବ୍ୟାରିକେଡ଼ ହୋଇଅଛି । ସରକାରଙ୍କର କୋଭିଡ କଟକଣା ଓ ପ୍ରଶାସନ ତରଫରୁ ମନ୍ଦିରର ୨୦୦ ମିଟର ବ୍ୟାସାର୍ଦ୍ଧ ମଧ୍ୟରେ ୧୪୪ ଧାରା ଜାରି ହୋଇଅଛି । କେବଳ ଦେବନୀତି ସହିତ ସମୃକ୍ତ ସେବାୟତ ଓ ପ୍ରଶାସନ ଦ୍ୱାରା ସ୍ୱୀକୃତି ପ୍ରାପ୍ତ ଅଧିକାରୀ ମାନଙ୍କୁ ମନ୍ଦିର ପ୍ରବେଶ ଅନୁମତି ମିଳିଛି । ଭକ୍ତ ଓ ଶ୍ରଦ୍ଧାଳୁ ମାନେ ବ୍ୟାରିକେଡ଼ ବାହାରୁ ମନ୍ଦିର ଦର୍ଶନ କରି ପାରୁଛନ୍ତି । ବିଗତ ବର୍ଷ ମାନଙ୍କରେ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହେଉଥିବା ସତ୍ୟବାଦୀ ଅଞ୍ଚଳ ଶୂନଶାନ ରହିଅଛି । ଆଜି ଭୋର ୪ ଟା ସମୟରେ ଦ୍ୱାର ଫିଟାଯାଇ ଦେବନୀତି ଅନୁଷ୍ଠିତ ହୋଇଥିଲା । ସକାଳ ପ୍ରାୟ ସାଢ଼େ ୬ଟା ସମୟରେ ମନ୍ଦିର ସାହାଣ ମେଲା ହୋଇଥିଲା । ସାକ୍ଷୀଗୋପାଳ ଠାକୁର ଉତ୍ତର ଭାରତ ଅଞ୍ଚଳରୁ ଆସିଥିବାରୁ ଠାକୁରାଣୀ ଶ୍ରୀ ଶ୍ରୀ ରାଧାରାଣୀ ଉତ୍ତର ଭାରତୀୟ ବେଶଭୂଷା ପରିଧାନ କରିଥାନ୍ତି । ଫଳରେ ବର୍ଷ ସାରା ଠାକୁରାଣୀଙ୍କ ପାଦପଦ୍ମ ପିନ୍ଧା ବସନରେ ଆବୃତ୍ତ ହୋଇ ରହିଥାଏ । ଆଜି ଗୋଟିଏ ଦିନ ନିମନ୍ତେ ଠାକୁରାଣୀ ଶ୍ରୀ ଶ୍ରୀ ରାଧାରାଣୀ ଓଡ଼ିଆଣୀ ବେଶ ହୋଇଥାନ୍ତି । ଯାହା ଫଳରେ ଠାକୁରାଣୀଙ୍କ ପିନ୍ଧା ବସନ ପାଦପଦ୍ମ ଉପରକୁ ଉଠି ରହିଥିଲା । ଭକ୍ତ ମାନଙ୍କୁ ଠାକୁରାଣୀଙ୍କ ପାଦପଦ୍ମ ଦେଖିବାର ସୁଯୋଗ ମିଳିଥାଏ । ମାତ୍ର ଆଜି ଭକ୍ତ ମାନେ ଠାକୁରାଣୀ ଶ୍ରୀ ଶ୍ରୀ ରାଧାରାଣୀଙ୍କ ପାଦ ଦର୍ଶନରୁ ବଞ୍ଚିତ ହୋଇଛନ୍ତି । ଆଜି ପୂର୍ବ ରାତ୍ରରୁ ଦେବନୀତି ସମ୍ପନ୍ନ କରାଯାଇ ଠାକୁରାଣୀଙ୍କୁ ଓଡ଼ିଆଣୀ ବେଶ କରାଯାଇଛି । ଏହି ବେଶରେ ଠାକୁରାଣୀ ନୂତନ ପାଟବସ୍ତ୍ର ପରିଧାନ କରି ,କାନିରେ ଅରୁଆ ଚାଉଳ, ଦୁବ ଓ ଗୁଆ ବନ୍ଧା ଯାଇଥିଲା । ପାଦରେ ଅଳତା ଓ ଆଖିରେ କଜ୍ଜ୍ୱଳ ଲଗାଇଛନ୍ତି । ଠାକୁରାଣୀଙ୍କ ମସ୍ତକରେ ସୁବର୍ଣ୍ଣ କିରୀଟ, ଗଳାରେ ସୁବର୍ଣ୍ଣ ଅଁଳା ଫଳ ମାଳ, ଓ ଡାଇମଣ୍ଡ କଟା ଚାପସରୀ, ଅଣ୍ଟାରେ ସୁବର୍ଣ୍ଣ ବେଙ୍ଗ ପାଟିଆ ମାଳ, ସୁବର୍ଣ୍ଣ ଚକି ମାଳ, ସୁବର୍ଣ୍ଣ କମରପଟି ସୁବର୍ଣ୍ଣ ଚାରି ସରିଆ ଚନ୍ଦ୍ର ହାର ଶିକୁଳି, ବାହୁରେ ସୁବର୍ଣ୍ଣ ଡେଉଁରୀଆ ମାଳ, ସୁବର୍ଣ୍ଣ ତାବିଜ ମାଳ ଓ ସୁବର୍ଣ୍ଣ ତାବିଜ, ହାତରେ ସୁବର୍ଣ୍ଣ ବାଘନଖି ମାଳ, ପାଦରେ ସୁବର୍ଣ୍ଣ ନୂପୁର, ଘୁଙ୍ଗୁର, ବାଙ୍କୀ, ପାପଦ୍ମ, ଓ ଚୁପୁଲି ଶୋଭା ପାଉଛି । ସେହିପରି ଠାକୁର ଶ୍ରୀ ଶ୍ରୀ ଗୋପାଳ ଜୀଉଙ୍କର ମନୋରମ ନଟବର ବେଶ ହୋଇଛନ୍ତି । ଠାକୁର ନୂତନ ପାଟବସ୍ତ୍ର ପରିଧାନ କରି , ଠାକୁରଙ୍କ ମସ୍ତକରେ ସୁବର୍ଣ୍ଣ କିରୀଟ, ଗଳାରେ ସୁବର୍ଣ୍ଣ ସେବତୀ ଫୁଲ ହାର, ହସ୍ତରେ ସୁବର୍ଣ୍ଣ ବଂଶୀ, ନାସାରେ ଗଜମୁକ୍ତା, କର୍ଣ୍ଣରେ ସୁବର୍ଣ୍ଣ କୁଣ୍ଡଳ ଓ ଆଙ୍ଗୁଠିରେ ହୀରକ ମୁଦ୍ରିକା ଶୋଭା ପାଉଛି । ଭକ୍ତ, ଶ୍ରଦ୍ଧାଳୁ ଓ ଦର୍ଶନାର୍ଥୀଙ୍କ ବଦଳରେ କେବଳ ସେବାୟତ,ପ୍ରଶାସନିକ ଅଧିକାରୀ, ପୁଲିସ ଅଧିକାରୀ ଓ ପୁଲିସ ଫୋର୍ସ ଉପସ୍ଥିତ ରହିଛନ୍ତି। ଉପ ଜିଲ୍ଲାପାଳ ଭଵ ତାରଣ ସାହୁ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟ ସିଂ ଅତିରିକ୍ତ ତହସିଲଦାର ମୌସୁମୀ ମିଶ୍ର,ଏସ ଡ଼ି ପି ଓ ଦେବଦତ୍ତ ବରାଳ, ଆଇ ଆଇ ସି ଦେବୀ ପ୍ରସାଦ ପାତ୍ର ଓ ମନ୍ଦିର କାର୍ୟ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ସମସ୍ତ ବ୍ୟବସ୍ଥାର ତଦାରଖ କରିଛନ୍ତି । Categories: ଓଡ଼ିଶା, ପୁରୀ, ହୋମ୍ Related Content ୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି by Proprietor Abhimanyu Maharana August 17, 2026 ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ by Proprietor Abhimanyu Maharana August 17, 2026 ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ by Proprietor Abhimanyu Maharana August 17, 2026 ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ by Proprietor Abhimanyu Maharana August 17, 2026 ଭାପୁର ପ୍ରେସ କ୍ଳବ ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ by Proprietor Abhimanyu Maharana August 17, 2026 ରକ୍ତଦାନ ଶିବିର କୁ ଉଦଘାଟନ କଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ by Proprietor Abhimanyu Maharana August 17, 2026