Home ଓଡ଼ିଶା ଗଣଦୁଷ୍କର୍ମ ମାମଲାର ବିଚାର : ୪ ଅଭିଯୁକ୍ତ ନିର୍ଦ୍ଦୋଷ, ପୀଡ଼ିତାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଆଦେଶ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୨୪ ଡିସେମ୍ବର ଶୁକ୍ରବାର) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟ ଏକ ଗଣଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ ମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ସହ ପୀଡିତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଆଦେଶ ଦେଇଛନ୍ତି କୋର୍ଟ । ସୂଚନା ଅନୁଯାୟୀ, ଗତ ବର୍ଷ ମେ ମାସରେ ଫୁଲବାଣୀ ସଦର ଥାନାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା । ପୋଲିସ ଏହି ମାମଲାରେ କେସ ନଂ ୪୮/୨୦ ରୁଜୁ କରି ଘଟଣାର ତଦନ୍ତ କରିବା ସହ ଚାରି ଜଣ ଅଭିଯୁକ୍ତଙ୍କ ବିରୁଦ୍ଧରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଥିଲେ । ତେବେ କୋର୍ଟରେ ବିଚାରଣ ସମୟରେ ଅଭିଯୋଗକାରିଣୀ ପୂର୍ବର ଅଭିଯୋଗ ଓ ମାଜିଷ୍ଟ୍ରେଟଙ୍କ ଆଗରେ ଦେଇଥିବା ବୟାନକୁ ଅସ୍ବୀକାର କରିଥିଲେ । ଅନ୍ୟ ସାକ୍ଷୀ ମଧ୍ୟ ଭିନ୍ନ ଭିନ୍ନ ବୟାନ ରଖିଥିଲେ । ଏଣୁ ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ଖଲାସ କରିଥିଲେ । ଅପରପକ୍ଷରେ ଅଭିଯୋଗକାରିଣୀଙ୍କ ବିରୁଦ୍ଧରେ ଭାରତୀୟ ପିଙ୍ଗଳ କୋଡ଼ର ଧାରା ୧୯୩ ଅନୁଯାୟୀ ମାମଲା ରୁଜୁ ପାଇଁ ଆଦେଶ ଦେଇଛନ୍ତି ଓ ମାମଲାର ଶେଷ ନ ହେବା ପର୍ଯ୍ୟନ୍ତ ପିଡିତାଙ୍କୁ କ୍ଷତିପୂରଣ ନ ଦେବା ପାଇଁ ନିର୍ଦ୍ଦେଶ ଦେଇଥିବା ସ୍ବତନ୍ତ୍ର ପିପି ବିଜୟ କୃଷ୍ଣ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Chief Minister warmly felicitates Silver Gandhi by Proprietor Abhimanyu Maharana October 8, 2026 ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬ by Proprietor Abhimanyu Maharana October 8, 2026 ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana October 8, 2026 ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର by Proprietor Abhimanyu Maharana October 8, 2026 ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ by Proprietor Abhimanyu Maharana October 8, 2026 ଓଡ଼ିଶା ବନ୍ଦ ପାଇଁ ଇଣ୍ଡିଆ ମେଣ୍ଟ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ by Proprietor Abhimanyu Maharana October 8, 2026