ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତି ଦିଆଯାଇଥିଲା । ଏହାସହିତ ସେମାନଙ୍କ ବଜାର ସୁବିଧା ପାଇଁ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁକ୍ତା ଯୋଜନାରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି ।

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଡିସେମ୍ବର ଶୁକ୍ରବାର) ନୟାଗଡ଼ :- ଏହି ଅବସରରେ ବଡ଼ ବଡ଼ ମଲ ଓ ଦୋକାନ ଥିବା ସତ୍ୱେ ପଥପାଶ୍ୱର୍ ବିକ୍ରେତା ମାନଙ୍କର ଗୁରୁତ୍ୱ ରହିଛି । ଏହି ଅବସରରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ.ପୋମା ଟୁଡୁ ନୟାଗଡ଼ ପୌରାଞ୍ଚଳର ପଥପାଶ୍ୱର୍ କିକ୍ରେତା ମାନଙ୍କୁ ତିନି ହଜାର ଲେଖାଏଁ ଅର୍ଥରାଶି ପ୍ରଦାନ କରିଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ପଥପାର୍ଶ୍ବ ବିକ୍ରେତା ମାନଙ୍କୁ ଉଦ୍ବୋଧନ ଦେଇ ଜିଲ୍ଲାପାଳ କହିଛନ୍ତି ଯେ କୋଭିଡ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି ।
‘ଆପଣମାନଙ୍କ କଷ୍ଟ ମୁଁ ଅନୁଭବ କରୁଛି । ମୁଁ କହିବାକୁ ଚାହେଁ ଯେ ସରକାର ସବୁବେଳେ ଆପଣମାନଙ୍କ ସାଥିରେ ଅଛନ୍ତି ।’ କହିଥିଲେ ଯେ ଏହି ସହାୟତା ଆପଣମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ । ଗୋଟିଏ ସହରର ଅର୍ଥନୀତିରେ ପଥପାର୍ଶ୍ବ ବିକ୍ରେତା ହେଉଛନ୍ତି ଗୁରୁତ୍ବପୂର୍ଣ୍ଣ ଅଂଶ । ବଡ ବଡ ମଲ୍ ଓ ଦୋକାନ ଥିବା ସତ୍ତ୍ବେ, ପଥପାର୍ଶ୍ବ ବିକ୍ରେତା ମାନଙ୍କର ଗୁରୁତ୍ବ ରହିଛି ଓ ରହିବ ବୋଲି ସେ କହିଥିଲେ ।
କୋଭିଡ ସଂପର୍କରେ ସେମାନଙ୍କୁ ସତର୍କ କରାଇ ଜିଲ୍ଲାପାଳ ଡ.ପୋମା ଟୁଡୁ କହିଲେ ଯେ କୋଭିଡ ଭୟ ଏବେ ବି ଯାଇନାହିଁ । ତେଣୁ ସେମାନେ ସତର୍କ ରହିବା ସହ କୋଭିଡର ନିୟମ ପାଳନ କରି ସୁରକ୍ଷିତ ରହିବା ପାଇଁ ଜିଲ୍ଲାପାଳ ଡ.ପୋମା ଟୁଡୁ ଅନୁରୋଧ କରିଥିଲେ । ଉକ୍ତ ଉତ୍ସବରେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ପୌରାଞ୍ଚଳର ନିର୍ବାହି ଅଧିକାରୀ ସନ୍ତୋଷ କୁମାର ଜେନା ଉପସ୍ଥିତ ରହିଥିଲେ । ନୟାଗଡ଼ ପୌରାଞ୍ଚଳର ଅନେକ ଉଠାଦୋକାନୀ ଉକ୍ତ ଭିଡିଓ କନଫେରେନସିରେ ସାମିଲ ହୋଇଥିଲେ ।