Home ଓଡ଼ିଶା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହାନ ବିପ୍ଳବୀ ଚନ୍ଦନ ହଜୁରୀ(ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ପାଳିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଚାଖି ଖୁଣ୍ଟିଆଙ୍କ ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ଚିରସ୍ମରଣୀୟ ଓଡ଼ିଶା ତାଜା ନ୍ୟୁଜ୍ (୨୦ ଜାନୁଆରୀ ଗୁରୁବାର ) ଭୁବନେଶ୍ୱର :- ବହୁ ସ୍ୱାଧୀନତା ସଂଗ୍ରାମୀଙ୍କର ଉତ୍ସର୍ଗୀକୃତ ସେବା ଓ ତ୍ୟାଗପୂର୍ଣ୍ଣ ବଳିଦାନ ଯୋଗୁ ଁ ଭାରତବର୍ଷ ପରାଧୀନତାର ଶୃଙ୍ଖଳରୁ ମୁକ୍ତିଲାଭ କରିଥିଲା । ସେହିପରି ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ଥିଲେ ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ) । ୧୮୫୭ର ଐତିହାସିକ ସିପାହୀ ବିଦ୍ରୋହରେ ସାମିଲ ହୋଇ ବିପ୍ଳବୀ ଚନ୍ଦନ ହଜୁରୀ ଓଡ଼ିଶାର ଗର୍ବ ଓ ଗୌରବକୁ ଜାତୀୟ ସ୍ତରରେ ଉଚ୍ଚତମ ସୋପାନରେ ପହଞ୍ଚାଇ ପାରିଥିଲେ । ଝାନ୍ସୀରାଣୀ ଲକ୍ଷ୍ମୀବାଈଙ୍କ ଆହ୍ୱାନରେ ସୁଦୂର ଉତ୍ତରଭାରତରେ ଇଂରେଜମାନଙ୍କ ବିରୋଧରେ ତାଙ୍କର ଅସାଧାରଣ ବୀରତ୍ୱପୂର୍ଣ୍ଣ ରଣକୌଶଳ ପ୍ରଦର୍ଶନ ଇତିହାସର ଏକ ଚର୍ଚ୍ଚିତ ଅଧ୍ୟାୟ । ଚାଖି ଖୁଣ୍ଟିଆ ଏକାଧାରରେ ଜଣେ କବି, ମହାନବିପ୍ଳବୀ, ସମାଜ ସଂସ୍କାରକ ଏବଂ ଶ୍ରୀଜଗନ୍ନାଥଙ୍କର ପରମ ସେବକ ଥିଲେ । ତାଙ୍କର ବଳିଷ୍ଠ ନେତୃତ୍ୱ ଏବଂ ଅବଦମିତ ଦେଶପ୍ରେମ ପାଇଁ ସେ ସର୍ବଦା ଏ ଜାତିର ପ୍ରାତଃସ୍ମରଣୀୟ । ଆଜି ଓଡ଼ିଶାର ମହାନ ବିପ୍ଳବୀ ଚନ୍ଦନ ହଜୁରୀ (ଚାଖି ଖୁଣ୍ଟିଆ)ଙ୍କ ୨୦୦ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚାନ ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ କଳ୍ପନାଛକଠାରେ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ତଥା ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା । ବିଭାଗ ତରଫରୁ ପ୍ରତିମୂର୍ତ୍ତି ସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରାଯାଇ କୋଭିଡ୍ ମାର୍ଗଦର୍ଶିକାର ଅନୁପାଳନ ସହିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍ ମହାନ୍ତି ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ମାନସ ରଞ୍ଜନ ଖୁଣ୍ଟିଆ, ଉପନିର୍ଦ୍ଦେଶକ ବିଶ୍ୱଜିତ୍ ଦାଶ ଓ ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । Categories: ଓଡ଼ିଶା, ମହାନଗର, ହୋମ୍ Related Content ଡି-ଷ୍ଟ୍ରିଟ୍ରେ ବେଦାନ୍ତ ପାୱାର୍ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍କୁ ବୃଦ୍ଧି କରିବାକୁ ଲକ୍ଷ୍ୟ by Proprietor Abhimanyu Maharana June 23, 2026 ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ by Proprietor Abhimanyu Maharana June 23, 2026 ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା' ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା by Proprietor Abhimanyu Maharana June 23, 2026 କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ by Proprietor Abhimanyu Maharana June 23, 2026 ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ by Proprietor Abhimanyu Maharana June 23, 2026 ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା by Proprietor Abhimanyu Maharana June 23, 2026