
ଓଡ଼ିଶା ତାଜା ନ୍ୟୁଜ୍ (୨୧ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟର ଦ୍ରୁତ ସଂକ୍ରମଣରେ ବ୍ରେକ୍ ଲାଗୁନି । ପ୍ରତିଦିନ ୧୦ହଜାରରୁ ଅଧିକ ନୂଆ ଆକ୍ରାନ୍ତ ବାହାରୁଥିବା ବେଳେ ସାମାନ୍ୟ ହ୍ରାସ ପାଇଛି । ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ଏବେ ୯୦ ହଜାର ପାଖରେ ପହଞ୍ଚିଲାଣି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୯୮୩୩ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏଥିରେ ୧୮ ବର୍ଷରୁ କମ୍ ୯୭୨ ଜଣ ଅଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୫୬୯୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୪୧୩୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୭୨୯୫ ଜଣ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

