ଓଡ଼ିଶା ତାଜା ନ୍ୟୁଜ୍ (୧ ଫେବ୍ରୁଆରୀ ମଙ୍ଗଳବାର ) ଭୁବନେଶ୍ୱର :- ଜୟପୁର ବିଧାନସଭା ଏବଂ ବୋରିଗୁମ୍ମା ବ୍ଲକର ବରିଷ୍ଠ କଂଗ୍ରେସ ଓ ବିଜେପି ନେତା ଆଜି ବିଜେଡିରେ ସାମିଲ ହୋଇଛନ୍ତି । ସ୍ଥାନୀୟ ବିଜୁ ଯୁବ ଜନତାଦଳ କାର୍ଯ୍ୟାଳୟ ଠାରେ ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଓ କୋରାପୁଟ, ମାଲକାନଗିରି ପର୍ଯ୍ୟବେକ୍ଷକ ଥିବା ଚନ୍ଦ୍ରସାରଥି ବେହେରାଙ୍କ ଉପସ୍ଥିତରେ ଏହି ନେତାମାନେ ବିଜେଡି ହାତ ଧରିଛନ୍ତି । ବିଜେଡିରେ ସାମିଲ ହୋଇଥିବା ଏହି ନେତାଙ୍କ ମଧ୍ୟରେ ରହିଛନ୍ତି ଶ୍ରୀ ନାଗରାଜ ଦୋରା ।

ଶ୍ରୀ ଦୋରା ୨୦୦୯ରେ ଜୟପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବାବେଳେ ଏବେ ବିଜେପିର ସକ୍ରିୟ ସଦସ୍ୟ ଥିଲେ । ଏଥି ସହିତ ଶ୍ରୀ ଦୋରା ଯୁବ କଂଗ୍ରେସର ସାଧାରଣ ସମ୍ପାଦକ ଏବଂ ପିସିସି ସଦସ୍ୟ ଭାବେ ଦାୟିତ୍ୱ ତୁଲାଇଥିଲେ । ସେହିଭଳି କୋରାପୁଟ ଜିଲ୍ଲା କଂଗ୍ରେସ କିଷାନ ସେଲ୍ର ପୂର୍ବତନ ସଭାପତି ଦାୟିତ୍ୱରେ ଥିଲେ । ବିଜେଡିରେ ମିଶିଥିବା ଆଉ ଜଣେ ଟାଣୁଆ ନେତା ହେଲେ ନିରଞ୍ଜନ ପ୍ରଧାନ । ଶ୍ରୀ ପ୍ରଧାନ ଜନତା ଦଳର ପୂର୍ବତନ ଜିଲ୍ଲା ଯୁବ ସଭାପତି ଥିବାବେଳେ ପୂର୍ବତନ ବ୍ଲକ କଂଗ୍ରେସ କମିଟିର ଉପସଭାପତି ଭାବେ ଦାୟିତ୍ୱରେ ଥିଲେ । ସେ ମଧ୍ୟ ଆତ୍ମାର ପୂର୍ବତନ ସଭାପତି ।
