
ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍ )ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୦ କୁ ବୃଦ୍ଧି ପାଇଛି ,8 ମଇ :- ରାଜ୍ୟରେ ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର । ତେବେ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ କୁ ବୃଦ୍ଧି ହୋଇଛି ।
ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୦ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।
