ରାଜ୍ୟରେ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି, ୩ ମୃତ

ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍‌ ) ୧୦ ମଇ,ରବିବାର odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

ଭୁବନେଶ୍ୱର,ରିପୋର୍ଟ /ସୋନାଲି : – ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨କୁ ବୃଦ୍ଧି ପାଇଛି । ଆଉ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରାଜ୍ୟରେ । ଗଞ୍ଜାମରେ ୨୯, ବାଲେଶ୍ୱରରେ ୧୫ ଓ ମୟୂରଭଞ୍ଚରେ ୧ ଆକ୍ରାନ୍ତ ଅନୁଗୁଳରେ ପ୍ରଥମଥର ପାଇଁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହା ସହ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟ କରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Exit mobile version