ଓଡ଼ିଶା ତାଜା ନ୍ୟୁଜ୍ ( ୫ ଏପ୍ରିଲ ମଙ୍ଗଳବାର ) ଭୁବନେଶ୍ୱର :- ଗତକାଲି ମଧ୍ୟାହ୍ନରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ବିଶ୍ୱ ଐତିହ୍ୟ କୋଣାର୍କ- ପୁରୀ ମେରାଇନ୍ ଡ୍ରାଇଭରେ ଥିବା ଓଡ଼ିଶା ରାଜ୍ୟ ୱାଟରମେନସିପ୍ ଏବଂ ଲାଇଫ ଗାର୍ଡ ପ୍ରଶିକ୍ଷଣ କେନ୍ଦ୍ର (ୱାସୱାଲୀ) ଯାଇ ସେଠାରେ ଚାଲିଥିବା ସମସ୍ତ କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ ‘ ରାମଚଣ୍ଡୀ ପୀଠର କୁଶଭଦ୍ରା ନଦୀକୂଳରେ ୨୦୧୫ ମସିହାରେ ସ୍ଥାପିତ ଏହି ପ୍ରଶିକ୍ଷଣ କେନ୍ଦ୍ର ତା’ର କାର୍ଯ୍ୟଧାରା ଲାଗି ସମଗ୍ର ଦେଶରେ ସୁନାମ ଅର୍ଜନ କରିପାରିଛି ‘ଏଠାରେ ବ୍ୟାଚ୍ୱାରୀ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ମନୋନୀତ ହୋଇ ଆସୁଥିବା ଆଗ୍ନିକମାନଙ୍କୁ ଭୂତଳ ଜଳସମୂହରେ ନିଜର ଦକ୍ଷତା ପ୍ରଦର୍ଶନ ପାଇଁ ୱାଟର ମ୍ୟାନସିପ୍, ସନ୍ତରଣ, ବୋଟ୍ଚାଳନା, ସ୍କୁବା ଡାଇଭିଂ, ଜଳ ବିତ୍ପାତରୁ ଉଦ୍ଧାର କରିବା କୌଶଳ ପ୍ରଭୃତି ସହ ଏ କ୍ଷେତ୍ରରେ ଉପଯୋଗ ହେଉଥିବା ସର୍ବାଧୁନିକ ଯନ୍ତ୍ରପାତିର ବ୍ୟବହାର ଉପରେ ଉଚ୍ଚସ୍ତରୀୟ ତାଲିମ୍ ପ୍ରଦାନ କରାଯାଇ ଆସୁଅଛି ‘ବିଗତ ଦିନଗୁଡ଼ିକରେ ଦେଶରେ ଦେଖା ଦେଇଥିବା ପ୍ରାକୃତିକ ବିପର୍ଯ୍ୟୟ ବେଳେ ଓଡ଼ିଶା ଫାୟାର ଟିମ୍ ଯେଉଁ ଦକ୍ଷତା, ସାହସ ଓ ସେବା ପ୍ରଦର୍ଶନ କରିଛନ୍ତି

ସେଥିରେ ରାଜ୍ୟ ସରକାର ଅନେକ ପ୍ରଶଂସା ସାଉଁଟିଛନ୍ତି ‘ଏହି କେନ୍ଦ୍ରର କାର୍ଯ୍ୟଧାରା ଉପରେ ଗଭୀର ଆସ୍ଥା ପ୍ରକଟ କରି ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ଓ ନାଗାଲାଣ୍ଡ ରାଜ୍ୟର ଅଗ୍ନିଶମ କର୍ମଚାରୀ ମାନଙ୍କୁ ତାଙ୍କ ସରକାର ଏଠାରେ ପ୍ରଶିକ୍ଷଣ ନେବାକୁ ପ୍ରେରଣ କରୁଥିବା ଏହି କେନ୍ଦ୍ରର ସଫଳତା ବୟାନ କରେ ‘ ଏତଦ୍ବ୍ୟତୀତ ଓଡ଼ିଶା ପୋଲିସ୍ ଅଧୀନରେ କାର୍ଯ୍ୟରତ ଗୃହରକ୍ଷୀ ବାହିନୀର ସେ୍ୱଚ୍ଛାସେବୀମାନଙ୍କୁ ମଧ୍ୟ ଅନୁରୂପ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି ‘ ପ୍ରତି ବ୍ୟାଚ୍ରେ ୬୦ ଜଣ ହିସାବରେ ବର୍ତ୍ତମାନ ସୁଦ୍ଧା ସର୍ବମୋଟ ୫୦୨୬ ଜଣଙ୍କୁ ତାଲିମ୍ ପ୍ରଦାନ କରାଯାଇଥିବା ସମୀକ୍ଷା ବେଳେ ଜଣାପଡ଼ିଛି ‘ ତେବେ ସଂପ୍ରତି ବଙ୍ଗୋପସାଗର ତଟର ଏକ ଅନୁପମ ପ୍ରାକୃତିକ ପରିବେଶରେ ଅସ୍ଥାୟୀ ଟେଣ୍ଟ୍ରେ ଏହି କେନ୍ଦ୍ର କାର୍ଯ୍ୟ କରୁଛି ‘
