ଲିଙ୍ଗ ନିରୁପିତ ଶୁକ୍ରାଣୁ ଦ୍ୱାରା କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ
ଓଡ଼ିଶା ତାଜା ନ୍ୟୁଜ୍ (୬ ଏପ୍ରିଲ ବୁଧବାର ) ଭୁବନେଶ୍ୱର :- କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ନିଯୁକ୍ତିର ବ୍ୟାପକ ସୁଯୋଗ ରହିଛି । ବିଗତ କରୋନା ମହାମାରୀ କାଳରେ ଚାକିରି ବୃତ୍ତି ପାଇଁ ରାଜ୍ୟ ବାହାରକୁ ଯାଇଥିବା ଓଡ଼ିଆ ଯୁବପିଢ଼ି ରାଜ୍ୟକୁ ଫେରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ମନୋନିବେଶ ତଥା ପୁଂଜିନିବେଶ କରିଛନ୍ତି । ଆଜି ଭୁବନେଶ୍ୱର କୃଷି ଭବନଠାରେ ଲିଙ୍ଗ ନିରୁପିତ ଶୁକ୍ରାଣୁ (SexSorted Semen) ଦ୍ୱାରା କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଉପରୋକ୍ତ ମତବ୍ୟକ୍ତ କରିଛନ୍ତି । ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ଯେ ଲିଙ୍ଗ ନିରୁପିତ ଶୁକ୍ରାଣୁ ଟେକ୍ନୋଲୋଜି ଦ୍ୱାରା ୯୦ ପ୍ରତିଶତ ପର୍ଯ୍ୟନ୍ତ ମାଈ ବାଛୁରି ଜନ୍ମ ହୋଇ ରାଜ୍ୟରେ ଦୁଗ୍ଧ ଉତ୍ପାଦନରେ ବୃଦ୍ଧି ଘଟିବା ସହିତ ଚାଷୀର ଆୟବୃଦ୍ଧି ଘଟିବ ।
ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ଦୁଗ୍ଧ ଚାଷୀଙ୍କ ପାଇଁ ୭୫ ପ୍ରତିଶତ ରିହାତି ସରକାର ଯୋଗାଇଦେବେ । ଗୋଟିଏ ଡୋଜ ଲିଙ୍ଗ ନିରୁପିତ ଶୁକ୍ରାଣୁର ମୂଲ୍ୟ ୭୧୫ ଟଙ୍କା ହୋଇଥିବାସ୍ଥଳେ ସରକାର ଏହାକୁ ଗୋପାଳକମାନଙ୍କୁ ମାତ୍ର ୧୮୦ ଟଙ୍କାରେ ଯୋଗାଇଦେବେ । ରାଜ୍ୟର ଖଣିଜ ଅଞ୍ଚଳ ଜିଲ୍ଲାମାନଙ୍କରେ ଏଥି ପାଇଁ ଶତପ୍ରତିଶତ ରିହାତିର ସୁବିଧା ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଗତ ଦୁଇ ଦଶକରେ ରାଜ୍ୟରେ ଗୋପାଳକର ବିକାଶ ଚାଷୀମାନଙ୍କ ଆୟବୃଦ୍ଧି କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ଏବଂ ରାଜ୍ୟ ସରକାର ସର୍ବଦା ଚାଷୀ ଓ ଗୋପାଳକଙ୍କ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ରାଜ୍ୟ ସରକାର ଏହି ଆନୁଷଙ୍ଗିକ କ୍ଷେତ୍ରକୁ ରାଜ୍ୟର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଓ ଉଦ୍ୟୋଗୀମାନଙ୍କ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ଅଭିବୃଦ୍ଧି କ୍ଷେତ୍ର ରୂପେ ଚିହ୍ନଟ କରିଛନ୍ତି ।
ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବୃଦ୍ଧି ପାଇଛି ା ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟି୍ରକ୍ ଟନ୍ ଥିବାବେଳେ ୨୦୨୧ ମସିହାରେ ୨୩.୭୩ ଲକ୍ଷ ମେଟି୍ରକ୍ ଟନ୍କୁ ବୃଦ୍ଧି ପାଇଛି । କୃତି୍ରମ ପ୍ରଜନନ ମାଧ୍ୟମରେ ଗୋ-ପ୍ରଜାତିର ଉନ୍ନତିକରଣକୁ ଏକ ମିଶନ ଭାବେ ଗ୍ରହଣ କରି ବାର୍ଷିକ ପ୍ରାୟ ୧୫ ଲକ୍ଷ ଗାଈଙ୍କୁ ମାଗଣାରେ କୃତି୍ରମ ପ୍ରଜନନ କରାଯାଉଛି । ଗୋରୁଗାଈଙ୍କ ଫାଟୁଆ ରୋଗ ନିୟନ୍ତ୍ରଣ ପାଇଁ ଗୃହପାଳିତ ପ୍ରାଣୀଙ୍କ ଟିକାକରଣକୁ ଏକ ଅଭିଯାନ ଭାବେ ନିଆଯାଇ ବର୍ଷକୁ ଦୁଇଥର ଟିକାକରଣ କରାଯାଉଛି । ଉଚ୍ଚ ଅମଳସଂପନ୍ନ ଋତୁକାଳୀନ ଓ ସବୁଦିନିଆ ଘାସ କରିବା ପାଇଁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ମାଧ୍ୟମରେ ଗୋପାଳକ ଏବଂ ଯୁବ ଉଦ୍ୟୋଗୀମାନଙ୍କୁ ନୂତନ ଡାଇରୀ ଫାର୍ମ ଓ ମିá ପ୍ରୋସେସିଂ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବ୍ସିଡି ଯୋଗାଇ ଦିଆଯାଉଛି ।
