
ଓଡ଼ିଶା ତାଜା ନ୍ୟୁଜ୍ (୧୧ ,ଏପ୍ରିଲ ସୋମବାର ) ପୁରୀ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀରେ ନବନିର୍ମିତ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ହେଉଛି ପୁରୀ ଜ଼ିଲ୍ଲା ପାଇଁ ଏକ ଐତିହାସିକ ଦିବସ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କ୍ଷେତ୍ରରେ ଏକ ଉନ୍ନତମାନର ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ଏହାଦ୍ବାରା ମେଧାବୀ ଛାତ୍ରଛାତ୍ରୀମାନେ ମେଡିକାଲ ପାଠ ପଢିବା ସହିତ ପୁରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେଲା । ଏହି କଲେଜରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୧୦୦ଟି MBBS ଆସନ ରହିଛି । ଏହା ଦ୍ବାରା ବର୍ତ୍ତମାନ ସାରା ରାଜ୍ୟରେ ୮ଟି ସରକାରୀ ମେଡିକାଲ କଲେଜର ସମୁଦାୟ MBBS ଆସନ ସଂଖ୍ୟା ୧୨୫୦କୁ ବୃଦ୍ଧି ପାଇଛି ।

