
ଓଡ଼ିଶା ତାଜା ନ୍ୟୁଜ୍ (୧୨,ଏପ୍ରିଲ ମଙ୍ଗଳବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସବଡିଭିଜନ ଦାରିଙ୍ଗବାଡ଼ି ସେକ୍ସନ ସିମନବାଡ଼ି ଫିଡର ବୁଡ଼ାଗୁଡା ଗ୍ରାମରେ ଲାଗିଥିବା ୧୦୦ କେଭି ବିଦ୍ୟୁତ ଟ୍ରାନ୍ସଫର୍ମର ତଳେ ସୋମବାର ସନ୍ଧ୍ୟା ସମୟରେ ଜଣେ ଯୁବକ ମଦ୍ୟପାନ କରି ଶୋଇଥିବା ଦେଖିବାକୁ ମିଳିଥିଲା l ଭାଗ୍ୟ ବଶତଃ କାଳ ବୈଶାଖୀ ମେଘ ପବନ କାରଣରୁ ବିଦ୍ୟୁତ କଟିଯାଇଥିଲା । ସେହିରାସ୍ତା ଦେଇ କିଛି ଲୋକ ଯାତାୟାତ କରୁଥିବା ବେଳେ ହଠାତ ଉକ୍ତ ଯୁବକକୁ ଦେଖିଥିଲେ ।

