ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ହେବ ଶେଷକୃତ୍ୟ ସମୟରେ  ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ : ଭୁବନେଶ୍ୱର

ଓଡ଼ିଶା ତାଜା ନ୍ୟୁଜ୍ (୧୭ ଏପ୍ରିଲ ରବିବାର ) ଭୁବନେଶ୍ୱର :- ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି.ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି .

ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି .ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି.

Exit mobile version