ଓଡ଼ିଶା ତାଜା ନ୍ୟୁଜ୍ (୧୭ ଏପ୍ରିଲ ରବିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସମୀକ୍ଷା ବୈଠକ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ରେ ଯେପରି ହିତାଧିକାରୀ ଉପକୃତ ହେବେ ସେ ଉପରେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ସମୀକ୍ଷା ବୈଠକରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,ବିଡ଼ିଓ ପ୍ରମୋଦ କୁମାର ନାୟକ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମୀନ ଦାସ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା ,ବ୍ଲକ୍ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ ମଞ୍ଚାସୀନ ଥିବା ବେଳେ ନବ ନିର୍ବାଚିତ ସରପଞ୍ଚ ,ସମିତି ସଭ୍ୟ ,ସଭ୍ୟା ଙ୍କ ସହିତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

