
ଓଡ଼ିଶା ତାଜା ନ୍ୟୁଜ୍ /୨୨ ଏପ୍ରିଲ, ଶୁକ୍ରବାର / ଖୋର୍ଦ୍ଧା-ଜଟଣୀ :- ଖୋର୍ଦ୍ଧାଜିଲ୍ଲା ଜଟଣୀ ବ୍ଲକ ଅନ୍ତର୍ଗତ ବେଣାପଞ୍ଜରୀ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ଜିତେନ୍ଦ୍ର ପଣ୍ଡା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟ ମେଳାରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ଲୋକସଭା ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ନନ୍ଦିତା ଗୁପ୍ତା, ଡ.ପି.ଏମ ପ୍ରକାଶ ବାନାର୍ଜୀ,

