ଲୋକଙ୍କ ସାଥିରେ ରୁହ ଓ ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ. ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନିଅ. ମୁଖ୍ୟମନ୍ତ୍ରୀ
ଓଡ଼ିଶା ତାଜା ନ୍ୟୁଜ୍ /୨୫ ଏପ୍ରିଲ ସୋମବାର/ଭୁବନେଶ୍ୱର :- ନିଜ ନିଜ ସହର କୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର. ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର. ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳା କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି. ସହରାଞ୍ଚଳ ର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶ ମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି.
ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ . ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟ ବସ୍ତୁ ପରିଚାଳନା ମୁକ୍ତା ଯୋଜନା,ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କflagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ . ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି . ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ bhumi ଅଧିକାର ଦିଆଯାଇଥିବାବେଳ 585 ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ .
