ଓଡ଼ିଶା ତାଜା ନ୍ୟୁଜ୍ /୨୭ ଏପ୍ରିଲ ବୁଧବାର / ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସ୍ବାଗତ,ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ର ଅଧ୍ୟକ୍ଷ ସନ୍ତୋଷ କୁମାର ସାହୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,୧୭ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା,ନୂଆଗାଁ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ଶାସମଲ୍ ପ୍ରମୁଖ ଯୋଗ ଦେଇଥିଲେ ।

ଶିକ୍ଷା ବିଭାଗର ଅଧ୍ୟାପକ ଜୟକୃଷ୍ଣ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅର୍ଥନୀତି ବିଭାଗର ଅଧ୍ୟାପିକା ମଧୁଲତା ପଟ୍ଟନାୟକ ଅତିଥି ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ବେଳେ ସମସ୍ୟା ଦୂରୀ କରଣ ଉପରେ ଗୁରୁତ୍ୱାରୋପ କରାଯିବ ବୋଲି ନବ ନିର୍ବାଚିତ ପ୍ରତିନିଧି ମାନେ କହିଥିଲେ ।

