ଓଡ଼ିଶା ତାଜା ନ୍ୟୁଜ୍ /୦୧ ମଇ ରବିବାର /ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍ଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ମଇ ୧ ତାରିଖରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ କାର୍ଯ୍ୟରତ ଶ୍ରମିକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ନିରନ୍ତର ଭାବେ କାର୍ଯ୍ୟ କରୁଛି । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣ ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଗଠନ କରାଯାଇ ଅଦ୍ୟାବଧି ୩୫ ଲକ୍ଷରୁ ଊଦ୍ଧ୍ୱର୍ ନିର୍ମାଣ ଶ୍ରମିକଙ୍କୁ ଏହି ବୋର୍ଡ଼ ଅଧିନରେ ପଞ୍ଜିକୃତ କରାଯାଇ ମୋଟ ୨୬୬୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ପଞ୍ଜିକୃତ ନିର୍ମାଣ ଶ୍ରମିକ ତଥା ସେମାନଙ୍କ ପରିବାରଙ୍କୁ ଶିକ୍ଷାବୃତ୍ତି, ବିବାହ, ପ୍ରସୂତି, ମୃତୁ୍ୟ, ଅନ୍ତ୍ୟେଷ୍ଟିକ୍ରିୟା ସକାଶେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଏହି କଲ୍ୟାଣ ବୋର୍ଡ଼ ମାଧ୍ୟମରେ ‘ନିର୍ମାଣ ଶ୍ରମିକ ପMାଘର ଯୋଜନା’,’ନିର୍ମାଣ ଶ୍ରମିକ ପେନସନ୍ ଯୋଜନା’, ସରକାରୀ ଆଇ.ଟି.ଆଇ ଓ ଡିପ୍ଲୋମା ଅନୁଷ୍ଠାନରେ ଶିକ୍ଷା ନିମନ୍ତେ ‘ନିର୍ମାଣ କୁସୁମ ଯୋଜନା’ କାର୍ଯ୍ୟକାରୀ କରାଯାଉଛି । ସେହିପରି ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଗଠନ କରାଯାଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ପ୍ରବାସୀ ଶ୍ରମିକମାନଙ୍କର ସୁରକ୍ଷା ପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବା ସହ ରାଜ୍ୟର ୪ଟି ପ୍ରବାସୀ ଶ୍ରମିକପ୍ରବଣ ଜିଲ୍ଲା ଯଥା ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାର ୪୭୭ଟି ପଂଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପ୍ୟାକେଜ୍ କାର୍ଯ୍ୟକାରୀ ହେଉଛି ।
