ଝାରସୁଗୁଡା ଜିଲ୍ଲା ବ୍ୟତୀତ ସବୁ ଜିଲ୍ଲା ର ଚାଷୀ ପାଇଲେ ଖରିଫ ସହାୟତା ଭାବରେ ପ୍ରାୟ ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା ପ୍ରତି ଚାଷୀ ପାଇଲେ ଦୁଇହଜାର ଟଙ୍କା ସାରା ଦେଶର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଓଡିଶାର ଚାଷୀ ଭାଇମାନଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଛନ୍ତି, ସେଥିପାଇଁ ଧନ୍ୟବାଦ – ମୁଖ୍ୟମନ୍ତ୍ରୀ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ ପଣସ ମିଶନ ଓ REWARD କାର୍ଯ୍ୟକ୍ରମର ଶୁଭାରମ୍ଭ, ମିଲେଟ୍ ମିଶନ ଏବଂ SPPIF ସମନ୍ବିତ କୃଷି କାର୍ଯ୍ୟକ୍ରମର ସଂପ୍ରସାରଣ- ସମୁଦାୟ ୩୬୪୪ କୋଟି ଟଙ୍କା ବିନିଯୋଗ କାଳିଆ ସହାୟତା ପାଇଁ ଆମ ଚାଷ ଭଲରେ ଚାଲିଛି, ପ୍ରଭୁ ଜଗନ୍ନାଥ ଆପଣଙ୍କର ମଙ୍ଗଳ କରନ୍ତୁ – ଚାଷୀ

ଓଡ଼ିଶା ତାଜା ନ୍ୟୁଜ୍ /୦୩ ମଇ ମଙ୍ଗଳବାର /ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା ପାଇଁ ଗୌରବ ଆଣିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।
