odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ ) ବୁଧବାର ୧୩ ମଇ : – ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି ।
ସେହପରି କେନ୍ଦ୍ରୀୟ ଡେପୁଟେସନ୍ରୁ ଫେରିଥିବା ସନ୍ତୋଷ କୁମାର ଷଡଙ୍ଗୀଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ବିଷ୍ଣୁପଦ ସେଠୀଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି ।
