
ଓଡ଼ିଶା ତାଜା ନ୍ୟୁଜ୍ /୦୬ ମଇ ଶୁକ୍ରବାର/ଭୁବନେଶ୍ୱର :- ମେଷ : କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ। ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି। ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା ହୋଇପାରେ।

