
ଓଡ଼ିଶା ତାଜା ନ୍ୟୁଜ୍ /୦୭ ମଇ ଶନିବାର / ଭୁବନେଶ୍ୱର :- ମେଷ : ଆଜି ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ରହିବ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ଅଫିସ୍ ର ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭ ହେବ । ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ । କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ । ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି। ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ । କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଙ୍ଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା ହୋଇପାରେ ।

