ନୂଆଗାଁ ପଞ୍ଚାୟତ ସମିତି ର ପ୍ରଥମ ସାଧାରଣ ଅଧିବେଶନ

ଓଡ଼ିଶା ତାଜା ନ୍ୟୁଜ୍ /୧୧ ମଇ ବୁଧବାର /ନୂଆଗାଁ :-ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି ସଭା ଗୃହ ରେ ନୂଆଗାଁ ପଞ୍ଚାୟତ ସମିତି ର ପ୍ରଥମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପ୍ରତି ପଞ୍ଚାୟତ ର ବିକାଶ ଉପରେ ଗୁରୁତ୍ବ ଦେବା ସହ ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ମାନେ ନିଜ  ପଞ୍ଚାୟତ  ର ବିକାଶ ପ୍ରତି ମଧ୍ୟ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ ।

ସମ୍ମାନୀତ ଅତିଥି ଭାବେ ବିଡ଼ିଓ ପ୍ରମୋଦ କୁମାର ନାୟକ, ବ୍ଲକ୍ ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,୧୬ ନଂ ଜିଲ୍ଲା ପରିଷଦ ସଭ୍ୟା ଜସ୍ମିନ ଦାସ,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି ବୈଠକରେ ଶିକ୍ଷା ,ସ୍ବାସ୍ଥ୍ୟ ,ପାନୀୟ ଜଳ ,ଗମନା ଗମନ ଉପରେ ଆଲୋଚନା ହୋଇଥିଲା । ୨୨ ଟି ପଞ୍ଚାୟତ ର ସରପଞ୍ଚ ,ସମିତି ସଭ୍ୟ ସଭ୍ୟା ଙ୍କ ସମେତ ପ୍ରତି ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Exit mobile version