
ଓଡ଼ିଶା ତାଜା ନ୍ୟୁଜ୍ /୧୬ ମଇ ସୋମବାର/ବାଲିଗୁଡା :- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସର୍ବୋଦୟ ନେତା ସ୍ବଗର୍ତ ବିଶ୍ବନାଥ ପଟ୍ଟନାୟକ ଙ୍କ ଦ୍ବାରା ପ୍ରତିଷ୍ଠିତ ବନବାସୀ ସେବା ସମିତି ପରିସରରେ ସମିତିର ୫୧ ତମ ପ୍ରତିଷ୍ଠା ଦିବସ ବୁଦ୍ଧ ପୂର୍ଣ୍ଣିମା ଅବସରରେ ମହା ଆଡମ୍ବରରେ ପାଳିତ ହୋଇଯାଇଅଛି। ଏହି ଅବସରରେ ପ୍ରତ୍ୟୁଷରୁ ଅନ୍ତେବାସୀ ମାନେ ଏକତ୍ରିତ ହୋଇ ଏକ ବିରାଟ ଶୋଭାଯାତ୍ରା ରେ ସମିତି ପରିସରରୁ ରାମଧୁନ ସ୍ଲୋଗାନ ମାନ ଦେଇ ସମଗ୍ର ସହର ପରିକ୍ରମା କରି ଆଦର୍ଶ ପୁଷ୍କରିଣୀ ନିକଟରେ ଥିବା ସ୍ୱର୍ଗତ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରି ପୁଣି ସମିତି ପରିସରରେ ପହଂଚିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ଅଧିକାରୀ ମଧୂସୁଦନ ବେହେରା ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନ, ସମ୍ମାନିତ ଅତିଥି ଭାବେ ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ,

