
ଓଡ଼ିଶା ତାଜା ନ୍ୟୁଜ୍ /୧୬ ମଇ ସୋମବାର/ବ୍ରଜରାଜନଗର :- ବିଜେଡି ପକ୍ଷରୁ ଏହି ଆସନ ପାଇଁ ଅନେକ ଆଶାୟୀଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା, ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ସୋମବାର ନବୀନ ନିବାସରେ ବିଧିବଦ୍ଧ ଭାବେ ବ୍ରଜରାଜନଗର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଭାବେ ଅଳକା ମହାନ୍ତିଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

