ପ୍ରତି ବ୍ଲକ୍ରେ ଗୋଟିଏ ଲେଖାଏଁ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠାରେ ସରକାରଙ୍କ ମାଇଲଖୁଣ୍ଟ ସ୍ଥାପନ

ଓଡ଼ିଶା ତାଜା ନ୍ୟୁଜ୍ /୨୦ ମଇ ଶୁକ୍ରବାର/ଭୁବନେଶ୍ୱର :- ଓଡ଼ିଶା ଅଗ୍ନିଶମ ସେବା ଦ୍ୱାରା ଆଜି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ନିମନ୍ତେ ଚିତ୍ରକୋଣ୍ଡାଠାରେ ଏବଂ ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ୍ ଅଧୀନସ୍ଥ ଚାନ୍ଦୁଆଠାରେ ଅଗ୍ନିଶମ ସେବା କେନ୍ଦ୍ରର ଶୁଭ ଉଦ୍ଘାଟନ କରାଯାଇଛି । ଏହି ଦୁଇଟି କେନ୍ଦ୍ର ସ୍ଥାପନ ସହିତ ସାରା ରାଜ୍ୟର ୩୧୪ଟି ବ୍ଲକ୍ରେ ଗୋଟିଏ ଲେଖାଏଁ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନର ଲକ୍ଷ୍ୟ ପୂରଣରେ ରାଜ୍ୟ ସରକାର ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ।
