
ଓଡ଼ିଶା ତାଜା ନ୍ୟୁଜ୍ /୨୦ ମଇ ଶୁକ୍ରବାର/ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ଏସ୍ସିଏସ୍ଟିଆର୍ଟିଆଇ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ ଆଜି ଦ୍ୱିତୀୟ ଦିବସରେ ପହଞ୍ଚିଛି । ମଇ ୧୯ ତାରିଖଠାରୁ ରବିନ୍ଦ୍ର ମଣ୍ଡପଠାରେ ଆରମ୍ଭ ହୋଇଥିବା ଏହି ନୃତ୍ୟ ମହୋତ୍ସବରେ ଓଡ଼ିଶା ସମେତ ୧୫ଟି ରାଜ୍ୟ ଅଂଶଗ୍ରହଣ କରିଛନ୍ତି । ଏହି ତି୍ରଦିବସୀୟ ନୃତ୍ୟ ମହୋତ୍ସବରେ ୨୦ଟି ଜନଜାତି ସଂପ୍ରଦାୟର ସମୁଦାୟ ୩୧ଟି ନୃତ୍ୟ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି ।

