
ଓଡ଼ିଶା ତାଜା ନ୍ୟୁଜ୍ /୨୪ ମଇ ମଙ୍ଗଳବାର /ଖୋର୍ଦ୍ଧା-ଜଟଣୀ :- ଖୋର୍ଦ୍ଧା ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଆଜି ଜଟଣୀ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଭୁବନେଶ୍ୱର ଉପ ଜିଲ୍ଲାପାଳ ଦେଵବ୍ରତ ସାହୁ,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ,ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ,ଅତିରିକ୍ତ ଜିଲ୍ଲାପାଳ ସୁଚେତା ମହାପାତ୍ର,ଜଟଣୀ ବିଡ଼ିଓ ସରୋଜ ରାଉତ, ତହସିଲଦାର ତପନ ମହାପାତ୍ର ଙ୍କ ସହିତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗଦେଇଥିଲେ ।

