ମହାପ୍ରଭୁଙ୍କ ଇଚ୍ଛାରେ ଚାଲିଛି ପରିକ୍ରମା ପ୍ରକଳ୍ପ : କେହି ରୋକି ପାରିବେନି – ପିନାକୀ ମିଶ୍ର

ପୁରୀର ବିଜେଡି ସାଂସଦ ପିନାକୀ ମିଶ୍ର କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି ।

ଓଡ଼ିଶା ତାଜା ନ୍ୟୁଜ୍ /୨୮ ମଇ ଶନିବାର/ପୁରୀ :-  ଗତକାଲି ଏ ନେଇ ବିଜେପି ନେତା ବିଜୟ ମହାପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ଆଜି ସାଂସଦ ପିନାକୀ ମିଶ୍ର ଏଭଳି କହିଛନ୍ତି । ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର‌୍ୟ୍ୟ ଚାଲିଛି ଏବଂ କେହି ଏହି ପ୍ରକଳ୍ପ କାର‌୍ୟ୍ୟ ରୋକି ପାରିବେନି ବୋଲି ପୁରୀର ବିଜେଡି ସାଂସଦ ପିନାକୀ ମିଶ୍ର କହିଛନ୍ତି ।

ସେ କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି । ଯାହାକୁ ପୁରୀବାସୀ ଠିକ ବୁଝି ସାରିଛନ୍ତି । ଆଗାମୀ ଦିନରେ ପୁରୀବାସୀ ଏହାର ଜବାବ ଦେବେ ।

 

 

Exit mobile version