ନୂଆଗାଁ ବ୍ଲକ୍ ମିଳିତ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଓଡ଼ିଶା ତାଜା ନ୍ୟୁଜ୍/୩୧ ମଇ ମଙ୍ଗଳବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ରେ ମିଳିତ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ମିଳିତ ଶିକ୍ଷକ ସଂଘ ସଭାପତି ଚିନ୍ତାମଣି ମିଶ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା, ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଜ୍, ସମ୍ବାରି ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

ନଆଗାଁ ବ୍ଲକ୍ ରେ ଶିକ୍ଷା ର ଉନ୍ନତି ,ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ବିକାଶ ଏବଂ ଶିକ୍ଷା ର ଉନ୍ନତି ପାଇଁ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା ଙ୍କ ପରାମର୍ଶ ଅତୁଳନୀୟ ବୋଲି ମିଳିତ ଶିକ୍ଷକ ସଂଘ ର କର୍ମକର୍ତ୍ତା , ମାନେ କହିଥିଲେ । ସଠିକ ସମୟରେ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଦରମା ପ୍ରଦାନ ,ବିଭିନ୍ନ ସମସ୍ୟା ସମାଧାନ ଉପରେ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା ଙ୍କ କାର୍ଯ୍ୟ ଅତୁଳନୀୟ ଥିଲା ବୋଲି ମିଳିତ ଶିକ୍ଷକ ସଂଘର କର୍ମକର୍ତ୍ତା ମାନେ କହିଥିଲେ ।

ନୂଆଗାଁ ବ୍ଲକ୍ ରେ କାର୍ଯ୍ୟରତ ଶିକ୍ଷକ, ଶିକ୍ଷୟତ୍ରୀ ମାନେ ଶିକ୍ଷାର ଉନ୍ନତି ପାଇଁ ବେଶ୍ ଦକ୍ଷ ବୋଲି ମତବ୍ୟକ୍ତ କରିଥିଲେ ବ୍ଲକ୍ ଶିକ୍ଷା ଅଧିକାରୀ । ମିଳିତ ଶିକ୍ଷକ ସଂଘ ତରଫରୁ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା,ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ସମ୍ବାରି ସାହୁ ଙ୍କୁ ପୁଷ୍ପଗୁଚ୍ଛ,ଉତ୍ତରୀୟ ଏବଂ ମାନପତ୍ର ଦେଇ ସମ୍ମାନୀତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ମିଳିତ ଶିକ୍ଷକ ସଂଘ ର କର୍ମକର୍ତ୍ତା,ସମସ୍ତ ସି ଆର୍ ସି ସି ଏବଂ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ର କର୍ମଚାରୀ ଉପସ୍ଥିତ ଥିଲେ ।

Exit mobile version