Home ଓଡ଼ିଶା ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ୫ଟି ଜିଲ୍ଲାର 440 ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ଆତ୍ମବିଶ୍ଵାସ ସହ ଆଗକୁ ବଢିବାକୁ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ସ୍କୁଲ ଆସିବାକୁ ଭଲ ଲାଗୁଛି, ପାଠ ପଢିବାକୁ ଆଗ୍ରହ ବଢିଛି – ଛାତ୍ର ଛାତ୍ରୀ ଓଡ଼ିଶା ତାଜା ନ୍ୟୁଜ୍/୦୪ ଜୁନ ଶନିବାର/ ଭୁବନେଶ୍ୱର :- ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପିଲାମାନେ କହୁଛନ୍ତି ଯେ ସ୍କୁଲ ଆସିବାକୁ ଏବେ ଆମକୁ ବେଶି ଭଲ ଲାଗୁଛି ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି , ଆଜି ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେସ୍ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଅଧିକ ଉତ୍ସାହର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି । ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦୁଝରରୁ ଲକ୍ଷ୍ମୀ, ରାୟଗଡାରୁ କସ୍ତୁରୀ, ନୂଆପଡାରୁ ଶୁଭଶ୍ରୀ, ଓ ସୁନ୍ଦରଗଡରୁ ଦେବରାଜ ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର 440 ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। କେନ୍ଦୁଝର ଜିଲ୍ଲାର ୧୪୫ଟି ହାଇସ୍କୁଲ, ସୁନ୍ଦରଗଡର ୧୮୦ଟି, ରାୟଗଡର ୭୦ଟି,ଓ ନୂଆପଡାର ୪୫ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି team work ରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ବିଧାୟକ ଶ୍ରୀ ପ୍ରେମାନନ୍ଦ ନାୟକ, ବିଧାୟକ ଶ୍ରୀ ଜଗନ୍ନାଥ ସାରକା, ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଓ ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଏହି ଦୂରଦର୍ଶୀ ପଦକ୍ଷେପ ର ଉଚ୍ଚ ପ୍ରଶଂସା କରିଥିଲେ x . ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ x. ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ x. ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ Categories: ଓଡ଼ିଶା, ଦେଶ, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ଅଞ୍ଚଳରୁ ବେଆଇନ ବାଲି ଚାଲାଣ ମାମଲାରେ ଟ୍ରାକ୍ଟର ଜବତ ୫୧ ହଜାର ଟଙ୍କା ଜରିମାନା ଆଦାୟ by Proprietor Abhimanyu Maharana September 3, 2026 ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ - ୨୦୨୬ର ଶୁଭାରମ୍ଭ by Proprietor Abhimanyu Maharana September 3, 2026 ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ by Proprietor Abhimanyu Maharana September 3, 2026 ଶ୍ରୀ ଶ୍ରୀ ଶ୍ରୀ ରସିକରାଜ ମହାପ୍ରଭୁ ମନ୍ଦିର ପୁନରୁଦ୍ଧାର ପାଇଁ ସମୀକ୍ଷା କଲେ ବିଧାୟକ ରୂପେଶ ପାଣିଗ୍ରାହୀ by Proprietor Abhimanyu Maharana September 3, 2026 ପାର୍ବଣଋତୁ ଆଗମନରେ ଚଳଚଞ୍ଚଳ ମୂର୍ତ୍ତିକାରିଗର : ମିଳୁନି ପ୍ରୋତ୍ସାହନ, ବୁଡ଼ି ବାକୁ ବସିଲାଣି ପାରମ୍ପରିକ କୌଳିକ ବୃତ୍ତି by Proprietor Abhimanyu Maharana September 3, 2026 ଉତ୍କଳ ସାମ୍ବାଦିକ ସଂଘର ମାଲକାନଗିରି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ : ସାମ୍ବାଦିକତା ଓ ଜନସେବାମୂଳକ କାର୍ଯ୍ୟକୁ ଅଧିକ ଗୁରୁତ୍ୱ by Proprietor Abhimanyu Maharana September 3, 2026