
ଓଡ଼ିଶା ତାଜା ନ୍ୟୁଜ୍/୦୯ ଜୁନ ଗୁରୁବାର/ଭୁବନେଶ୍ୱର :- ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଆଶାପ୍ରକାଶ କରିଛନ୍ତି । ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ଅମାତ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ ।
