ଓଡ଼ିଶା ତାଜା ନ୍ୟୁଜ୍/୧୦ ଜୁନ ଶୁକ୍ରବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡ଼ା ପଞ୍ଚାୟତ ସିମିଳି ସାହି ଠାରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାକେଡ଼ା ପଞ୍ଚାୟତ ଛାତ୍ର ବିଜୁ ଜନତା ଦଳର ସଭାପତି ଦିଲ୍ଲୀପ କୁମାର ଜାନୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ତୃଣମୂଳ ସଂଗଠନ କୁ ମଝଭୂତ୍ କରିବା ପାଇଁ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ଯୁବ ,ଛାତ୍ର ,ମହିଳା ସଂଗଠନ ଅଧିକ ମଝଭୂତ୍ କରିବା ପାଇଁ ବିଧାୟକ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ସହିତ ବ୍ଲକ୍ ବିଜେଡ଼ି ସଭାପତି ସନାତନ ସାମଲ,ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ବିଜେଡ଼ି ଉପ ସଭାପତି ଦିଲ୍ଲୀପ କୁମାର ଦଳ ବେହେରା,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସ ଶାସମଲ୍ ,
