ଓଡ଼ିଶା ତାଜା ନ୍ୟୁଜ୍/୧୪ ଜୁନ ମଙ୍ଗଳବାର/ବାଲିଗୁଡ଼ା :- ନଭେମ୍ବର ୧୪,ବିଶ୍ୱ ରକ୍ତଦାତା ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ରକ୍ତଭଣ୍ଡାର ଓ ଶିକ୍ଷାନିକେତନ ମିଳିତ ଅନୁଷ୍ଠାନ ପକ୍ଷରୁ ଏକ ରକ୍ତଦାନ ସଚେତନତା ଶୋଭାଯାତ୍ରା ଓ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସକାଳୁ ଶିକ୍ଷାନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀଙ୍କ ସମେତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ଏକତ୍ରିତ ହୋଇଥିଲେ ।

ସେଠାରେ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ସୌମ୍ୟଦର୍ଶୀ ନାୟକ ସବୁଜ ପତାକା ଦେଖାଇ ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରା ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରୁ ବାହାରି ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ନିକଟରେ ଥିବା ଶିକ୍ଷାନିକେତନ ଶିକ୍ଷାନୁଷ୍ଠାନରେ ପହଁଚିଥିଲା । ସେଠାରେ ବିଶ୍ବ ରକ୍ତଦାତା ଦିବସ ଅବସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ ହୋଇଥିଲା ।
